ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଗସ୍ତରେ ଯିବେ ନବୀନ ପଟ୍ଟନାୟକ

Odisha Hot News
1 Min Read

ଭୁବନେଶ୍ବର: ଆସନ୍ତା ୩୧ତାରିଖ ଦିନ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯିବେ। ଏହି ଗସ୍ତ ଅବସରରେ ଶ୍ରୀ ପଟ୍ଟନାୟକ ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ପୁରୀର ସତ୍ୟବାଦୀ ,କେନ୍ଦ୍ରାପଡ଼ାର ପଟାମୁଣ୍ଡାଇ, କଟକର ସାଲେପୁର ଓ ଜଗତସିଂହପୁରର ବାଲିକୁଦା ବ୍ଲକ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ। ନବୀନ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରିବେ।

ସେହିପରି ଆସନ୍ତାକାଲି ନବୀନ ଗଂଜାମ ଜିଲ୍ଲା ଗସ୍ତରେ ଯିବେ। ସେ ଗଞ୍ଜାମର ହିଞ୍ଜିଳି, ଶେରଗଡ଼, କବିସୂର୍ଯ୍ୟନଗର ଆସିକା ଓ ଖଲିକୋଟ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବେ। ଏଥିସହିତ ସେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଫସଲ କ୍ଷତି ସମ୍ପର୍କ ରେ ପଚାରି ବୁଝିବା ସହିତ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ପରିସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରିବେ।

Share This Article