ଆଜି ଓଡିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା: ବ୍ରହ୍ମପୁର ଜନସଭାକୁ କରିବେ ସମ୍ଭୋଧିତ

Odisha Hot News
1 Min Read

ଭୁବନେଶ୍ୱର: ଓଡିଶାରେ ଏଥର, ବିଜେପି ସରକାର। ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତ୍ତନର ନିର୍ବାଚନ ହେବ। ଉଭୟ କେନ୍ଦ୍ର ଓ ଓଡିଶାରେ ବିଜେପିର ସରକାର ଗଠନ ହେବ। ଓଡ଼ିଶାରେ ‘ମା, ମାଟି, ମାତୃଭାଷା, ଓଡିଆ ଅସ୍ମିତା’ର ସୁରକ୍ଷାକୁ ମୁଖ୍ୟ ପ୍ରସଙ୍ଗ କରି ନିର୍ବାଚନରେ ଲଢ଼େଇ କରିବ ଭାରତୀୟ ଜନତା ପାର୍ଟି। ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଆଜି ବ୍ରହ୍ମପୁରଠାରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଯୋଗଦେବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଶ୍ରୀ ନଡ୍ଡା ୨୮ ତାରିଖ ଅପରାହ୍ନରେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ବ୍ରହ୍ମପୁର ଗସ୍ତ କରି ଆମ୍ବପୁଆଠାରେ ଅନୁଷ୍ଠିତ ହେବାକୁ ଥିବା ଜନସଭାକୁ ସମ୍ଭୋଧନ କରିବେ। ଏହା ପରେ ଶ୍ରୀ ନଡ୍ଡା ଦଳୀୟ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଶ୍ରୀ ନଡ୍ଡା ଗୋପାଳପୁରଠାରେ ରାତ୍ରଯାପନ କରିବେ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ୨୯ ତାରିଖ ସକାଳେ ଭୁବନେଶ୍ୱର ଫେରି ଆସି ପ୍ରତ୍ୟାବର୍ତ୍ତନ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

Share This Article