ଆଜି ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ କଳାହାଣ୍ଡି ଗସ୍ତ: ଅନ୍ତ୍ୟୋଦୟ ଗୃହ ଯୋଜନା’ର କରିବେ ଶୁଭାରମ୍ଭ

Odisha Hot News
1 Min Read

ଭୁବନେଶ୍ଵର: କଳାହାଣ୍ଡି ଜିଲ୍ଲାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିନିକିଆ ଗସ୍ତ ରହିଛି। ଏହି ସମୟରେ ସେ ଜିଲ୍ଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣା ନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ। ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ପ୍ରଥମ ଦଫାରେ ରାଜ୍ୟର ୫୦ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଉପକୃତ ହେବ।

ଏହାସହ କଳାହାଣ୍ଡି ଜିଲ୍ଲାର ୩୨ ଶହ ହିତାଧିକାରୀ ଉପକୃତ ହେବେ। ସେହିପରି ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ପ୍ରାୟ ୫ ଶହ କୋଟି ଟଙ୍କାର ନୃତନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବା ପାଇଁ ସ୍ଥିର ହୋଇଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ମଧ୍ୟ ତତ୍ପର ହୋଇପଡିଛି।

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଜିଲ୍ଲାକୁ ପ୍ରଥମ ଗସ୍ତ ହୋଇଥିବାରୁ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଜୋରଦାରରେ ଚାଲିଛି। ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ କଳାହାଣ୍ଡି ଗସ୍ତ ରହିଥିବା ଜିଲା ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟର ଉତ୍ସାହ ଦେଖିବାକୁ ମିଳିଛି।

Share This Article