ଆସନ୍ତାକାଲି ସ୍କୁଲ ଖୋଲିବ କି ନାହିଁ?: ମୁଖ୍ୟମନ୍ତ୍ରୀ ଦେଲେ ଏହି ବଡ ନିର୍ଦ୍ଦେଶ

Odisha Hot News
0 Min Read

ଭୁବନେଶ୍ୱର: ପାଣିପାଗ ବିଭାଗ ସୂଚନା କୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମ ରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ।

ଏହି ନିର୍ଦ୍ଦେଶ ଆଗାମୀ ୨୦ ତାରିଖ ଯାଏଁ ପର୍ଯ୍ୟନ୍ତ ବଳବତ୍ତର ରହିବ।

Share This Article