ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି

Odisha Hot News
0 Min Read

ଭୁବନେଶ୍ବର: ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି। ରାଜଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ତାଙ୍କୁ ଶପଥପାଠ କରାଇଥିଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଶପଥ ଗ୍ରହଣ ଉତ୍ସବ ପରେ ନୂଆ ରାଜ୍ୟପାଳଙ୍କୁ ଦିଆଯାଇଥିଲା ଗାର୍ଡ ଅଫ ଅନର।

ଶପଥଗ୍ରହଣ ଉତ୍ସବରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ। ଏହା ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତି ।

Share This Article