ମହାକାଳପଡା : କେନ୍ଦ୍ରାପଡ଼ା ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସାହାଯ୍ୟ ଘୋଷଣା କରିଛନ୍ତି। ଏହା ସହିତ ଯେଉଁମାନେ ଅସୁସ୍ଥ ବା ଆହତ ହୋଇଛନ୍ତି, ସେମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ସେ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଡଙ୍ଗା ବୁଡି ଘଟଣାରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଥିବାବେଳେ ଏବେ ବି ଜଣେ ୬ ବର୍ଷର ନାବାଳିକା ନିଖୋଜ ଥିବା ଜଣାପଡ଼ିଛି। ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳ ହସିଣା ଗାଁର କିଛି ଲୋକ ପିକନିକ ସାରି ହୁକିଟୋଲା ବତୀଘରରୁ ଫେରୁଥିବାବେଳେ କେନ୍ଦ୍ରାପଡ଼ାର ନିପାଣିଆର ମହାନଦୀ ମୁହାଣରେ ଡଙ୍ଗାଟି ବୁଡି ଯାଇଥିଲା। ଡଙ୍ଗାରେ କ୍ଷମତାଠାରୁ ଅଧିକ ଯାତ୍ରୀ ଥିବାରୁ ଦୁର୍ଘଟଣା ଘଟିଥିବା ଆଶଙ୍କା କରାଯାଉଛି।
କେନ୍ଦ୍ରାପଡା ଡଙ୍ଗା ବୁଡି: ମୃତକଙ୍କ ପରିବାରକୁ ୪ ଲକ୍ଷ ଅନୁକମ୍ପାମୂଳକ ସାହାଯ୍ୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Henrygaw on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
- Quincyvup on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- Carytab on ଆରମ୍ଭ ହେଲା ‘ରକ୍ଷକ’ କାର୍ଯ୍ୟକ୍ରମ
- Williamhib on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- CliffordTeave on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
