ନାଜାଲ କୋଭିଡ-୧୯ ଟିକାକୁ ଅନୁମତି – Fast News Network

Odisha Hot News
1 Min Read

[ad_1]

ନୂଆଦିଲ୍ଲୀ: କୋଭିଡ-୧୯ ବିରୋଧରେ ଭାରତ ବାୟୋଟେକ ଦ୍ବାରା ବିକଶିତ ନାଜାଲ ଟିକାକୁ ମିଳିଲା ଅନୁମତି। ଜରୁରୀକାଳୀନ ପରିସ୍ଥିତିରେ ବ୍ୟବହାର ପାଇଁ ନାଜାଲ ଟିକାର ବ୍ୟବହାର ପାଇଁ ଅନୁମତି ଦେଲେ ସେଣ୍ଟ୍ରାଲ ଡ୍ରଗ୍ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ(ସିଡିଏସସିଓ)। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ମାସରେ ଭାରତ ବାୟୋଟେକ ଦ୍ବାରା ପ୍ରସ୍ତୁତ କରାଯାଇଥିବା ନାଜାଲ କୋଭିଡ-୧୯ ଟିକାର ପରୀକ୍ଷଣ ଆରମ୍ଭ ହୋଇଥିଲା। ପରୀକ୍ଷଣ ପରେ ଏବେ ଏହାକୁ ଅନୁମତି ମିଳିଛି।
ତେବେ ଦେଶରେ ବର୍ତ୍ତମାନର କରୋନା ସ୍ଥିତି ଦେଖିବାକୁ ଗଲେ ସଂକ୍ରମଣ ଏବେ ନିୟନ୍ତ୍ରଣରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୪୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମଣକୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪, ୬୬,୮୬୨ରେ ପହଞ୍ଚିଛି। ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୫୨,୩୩୬ରେ ପହଞ୍ଚିଥିବା ବେଳେ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୨୩ଜଣକ ମୃତ୍ୟୁ ହୋଇଛି। ଏହି ନୂତନ ମୃତ୍ୟୁ ମାମଲାକୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୫, ୨୮, ୦୩୦ରେ ପହଞ୍ଚିଛି।

[ad_2]

Source link

Share This Article