ପଦ୍ମ ବିଜେତାଙ୍କ ପାଇଁ ସମ୍ମାନ ସୂଚକ ସହାୟକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ମିଳିବ ମାସିକ ୩୦ ହଜାର

Odisha Hot News
0 Min Read

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସହାୟତା ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ।

ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

Share This Article