କଟକ ଅଫିସ୍ : କଟକ ଜିଲା ବାରଙ୍ଗ ଅଞ୍ଚଳରେ ଗୁଳିକାଣ୍ଡ ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଗୋଡି ସାହି ନିକଟରେ ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି। ଯୁବକ ଜଣଙ୍କ ବାଇକରେ ଯାଉଥିବାବେଳେ ଦୁଇ ଦୁର୍ବୃତ୍ତ ବାଇକରେ ଆସି ଗୁଳିମାଡ କରି ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ଗୁରୁତର ଯୁବକଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ବାରଙ୍ଗ ପୋଲିସ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି। ମୃତକ ବ୍ୟକ୍ତିଙ୍କ ପରିଚୟ ଏଯାଏଁ ସ୍ପଷ୍ଟ ହୋଇନି।
ବାରଙ୍ଗରେ ଗୁଳିକାଣ୍ଡ: ଜଣେ ମୃତ
You Might Also Like
Leave a Comment
Leave a Comment
- Advertisement -
