ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍

Odisha Hot News
0 Min Read

କୋରାପୁଟଜିଲ୍ଲା ପଟାଙ୍ଗୀ ବ୍ଲକ ସୁଙ୍କି ଘାଟିର ଯୋଡ଼ିମାଦିଲି ଗାଁ ନିକଟରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଲା ଏକ ଟ୍ରଲର। ଦୁର୍ଘଟଣା ପରେ ଟ୍ରଲରଟିରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ପୋଡ଼ି ନଷ୍ଟ ହୋଇଛି। ଡ୍ରାଇଭର ଜୟପ୍ରକାଶ ବର୍ମା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ଶୁଙ୍କି ଥାନା ଅଧିକାରୀ ଚତୁର୍ଭୁଜ ନାୟକ ନିଜ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚିବା ସହିତ ପଟାଙ୍ଗୀ ଅଗ୍ନିଶମ ବିଭାଗର ଟିମକୁ ଡକାଇ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଟ୍ରଲରଟି ସମ୍ପୂର୍ଣ୍ଣ ଜଳିଯାଇଥିଲା।

Share This Article