ଭୁବନେଶ୍ୱରର ୫୦୭ଟି ଧାର୍ମିକସ୍ଥଳୀର ହେବ ରୂପାନ୍ତର, ପାଣ୍ଡିଆନଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତି

Odisha Hot News
1 Min Read

ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପଗୁଡକର ନୂତନ ନିର୍ମାଣ ସହିତ ଉନ୍ନତିକରଣ କାର୍ଯ୍ୟ କରାଯିବ।

ସୂଚନାଯୋଗ୍ୟ ଯେ ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ଥାନୀୟ ଜନପ୍ରତିନିଧି ଏବଂ ସଂଖ୍ୟା ଲଘୁ ସମ୍ପ୍ରଦାୟଙ୍କ ପକ୍ଷରୁ ସେମାନଙ୍କର ଧାର୍ମିକ ଅନୁଷ୍ଠାନ, ଗୋଷ୍ଠୀ ସମ୍ପତ୍ତି, ମହିଳା ସମିତି ଗୃହ, ପୂଜାମଣ୍ଡପ ଇତ୍ୟାଦିର ଉନ୍ନତିକରଣ ଓ ବିକାଶ ପାଇଁ ନିବେଦନ ପତ୍ର ଆସିଥିଲା। ବି.ଏମ.ସି.ର ଅଧିକାରୀମାନେ ସେସବୁ ସ୍ଥାନକୁ ଯାଇ ଅନୁଧ୍ୟାନ କରିବା ସହ ଆବଶ୍ୟକୀୟ ରିପୋର୍ଟ ପ୍ରଦାନ କରିଥିଲେ।

ରିପୋର୍ଟ ଆଧାରରେ ସମ୍ପୃକ୍ତ କମିଟିର ସଦସ୍ୟ ଓ ଜନପ୍ରତିନିଧିମାନଙ୍କ ସହିତ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏସବୁ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପରେ, ମୁଖ୍ୟମନ୍ତ୍ରୀ ଏହିସବୁ ଉନ୍ନୟନ କାର୍ଯ୍ୟ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ଉଲ୍ଲେଖ୍ୟଯ

ସୂଚନାଯୋଗ୍ୟ ଯେ ସ୍ମାର୍ଟ ସିଟି ଭୁବନେଶ୍ୱର ମନ୍ଦିରମାଳିନୀ ନଗରୀ ଭାବରେ ପ୍ରସିଦ୍ଧ। ୭୦୦ରୁ ଉର୍ଦ୍ଧ ମନ୍ଦିର ଏଠାରେ ରହିଛି। ବହୁ ପ୍ରାଚୀନ ଐତିହ୍ୟପୂର୍ଣ୍ଣ ମନ୍ଦିର ମଧ୍ୟ ଏଠାରେ ଅଛି। ପ୍ରତିଦିନ ହଜାର ହଜାର ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଏସବୁ ସ୍ଥାନକୁ ପରିଦର୍ଶନ ପାଇଁ ଆସିଥାନ୍ତି।

ଏହିସବୁ ପ୍ରାଚୀନ କୀର୍ତ୍ତିରାଜି ସହିତ ସମସ୍ତ ଧାର୍ମିକସ୍ଥଳୀ ଗୁଡିକର ସୌନ୍ଦର୍ଯ୍ୟକରଣ, ଉନ୍ନତିକରଣ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର ହୋଇଛି। ଏଥି ସହିତ ବିଭିନ୍ନ ଗୋଷ୍ଠୀ ସମ୍ପତ୍ତି, କ୍ଲବ, ମହିଳା ସମିତି ଗୃହ ଓ ପୂଜା ମଣ୍ଡପଗୁଡିକର ନୂତନ ନିର୍ମାଣ ସହିତ ବିକାଶ କାର୍ଯ୍ୟ କରାଯିବ।

Share This Article