ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ବିଧାନସଭାରେ ରାଜ୍ୟର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଜିଲ୍ଲା ସଦରମହକୁମାରୁ ସ୍ୱତନ୍ତ୍ର ବସ ଯୋଗେ ଗରିବ ଭକ୍ତମାନେ ମାଗଣାରେ ପୁରୀ ଆସି ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମହାପ୍ରସାଦ ସେବନ କରିପାରିବେ। ଏଥିପାଇଁ ବଜେଟରେ ୩୦ କୋଟି ଟଙ୍କାର ବ୍ୟୟବରାଦ ପ୍ରସ୍ତାବ ହୋଇଛି।
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ମହାପ୍ରଭୁଙ୍କ ଦର୍ଶନ ପାଇଁ ମାଗଣା ବସ ସେବା
- Advertisement -

Comment