ଅଗଷ୍ଟ ୧୪ ତାରିଖ ୨୦୧୯ମସିହା(ବୁଧବାର)
କାଳବେଳାଦିବା ଘ୦୮/୪୫ ଗତେ ଘ୧୦/୨୨ମଧ୍ୟେ
ବାରବେଳାଦିବା ଘ୧୨/୦୦ଗତେ ଘ୦୧/୩୬ମଧ୍ୟେ
ଅମୃତବେଳା ଦିବା ଘ୦୬/୫୦ ଗତେ ଘ୦୮/୨୭ ମଧ୍ୟେ ଓ ଘ୦୩/୦୪ଗତେ ଘ୦୪/୪୪ମଧ୍ୟେ
ମାହେନ୍ଦ୍ର ବେଳା-ଦିବା
ଘ୦୬/୫୦ମଧ୍ୟେ ଓ ଘ୧୦/୨୪ଗତେ ଘ୦୧/୪୨ମଧ୍ୟେ
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାର ଦିନଟିଏ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*
ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।*
କର୍କଟ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।*
ସିଂହ: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।*
କନ୍ୟା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।*
ତୁଳା: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।*
ବିଛା: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।*
ଧନୁ: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।*
ମକର: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।*
କୁମ୍ଭ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।*
ମୀନ: ଦିନଟି ଆପଣଙ୍କ ପାଇଁ ଉତ୍ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.