ମାର୍ଚ୍ଚ ୧୮ ତାରିଖ ୨୦୧୯ମସିହା (ସୋମବାର)
- କାଳବେଳା – ଦିବା ଘ୦୭/୨୫ଗତେ ଘ୦୮/୫୫ମଧ୍ୟେ
ବାରବେଳା-ଦିବା ଘ୦୨/୫୭ଗତେ ଘ୦୪/୨୫ମଧ୍ୟେ
ଅମୃତବେଳା – ଦିବା
ଘ୦୭/୨୫ମଧ୍ୟେ ଓ ଘ୦୧/୨୯ଗତେ ଘ୦୨/୫୫ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୮/୫୪ ଗତେ ୧୦/୨୨ମଧ୍ୟେ ଓ ରାତ୍ରିଘ୧୧/୫୮ଗତେ ଘ୦୧/୩୦ମଧ୍ୟେ
ମେଷ
ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରି ଖୁସୀ ମନାଇପାରନ୍ତି।
ବୃଷ
ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ, ଯାନବାହନ, ଦୋକାନବାଡି, ସଭା ସମିତିରୁ ଉପକୃତ ହେବେ। ଦ୍ୱିଜା ନକ୍ଷତ୍ରର ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।
ମିଥୁନ
ଆଜି ଅର୍ଥସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ପୁନର୍ବସୁ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନଶିପ୍, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
କର୍କଟ
ଆଜି କର୍ମକ୍ଷେତ୍ରରେ ଅସୁବିଧା ଅନୁଭବରୁ ଟେନ୍ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ। ଅଶ୍ଳେଷା ନକ୍ଷତ୍ରର କୌଣସି ଆମତ୍ୀୟଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ।
ସିଂହ
ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ମଘା ନକ୍ଷତ୍ରର ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।
କନ୍ୟା
ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। ଚିତ୍ରା ନକ୍ଷତ୍ରର କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।
ତୁଳା
ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ। ସ୍ବାତୀ ନକ୍ଷତ୍ର ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ।
ବିଛା
ଆଜି ଆପଣ ନିଜର କାର୍ଯ୍ୟପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଅନୁରାଧା ନକ୍ଷତ୍ର, ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।
ଧନୁ
ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ସହଜସାଧ୍ୟ ହେବନାହିଁ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବା କାରଣରୁ ସକାଳର ଖୁସୀ ଅପରାହ୍ନକୁ ରହି ନ ପାରେ। ଉତ୍ତରାଷାଢ଼ା ନକ୍ଷତ୍ର ସଭାସମିତିରେ ସମ୍ମାନ୍ନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇପାରିବେ।
ମକର
ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ସପ୍ତମସ୍ଥ ରାହୁ ଓ ଚନ୍ଦ୍ରଙ୍କ ଯୋଗୁ ଶ୍ରବଣା ନକ୍ଷତ୍ରର ବ୍ୟବସାୟରେ ଝଗଡ଼ା ଓ ଯାତ୍ରାରେ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼ିପାରେ।
କୁମ୍ଭ
କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଆରୋଗ୍ୟଲାଭ, ରାଜନୀତିରେ ନୈତିକ ସମର୍ଥନ ସାଙ୍ଗକୁ ଦୃଢ଼ ସାଂଗଠନିକ ସ୍ଥିତି ଶନିଙ୍କ ପ୍ରଭାବରେ ହାସଲ କରିପାରିବେ।
ମୀନ
ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରେ ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ। ପୂର୍ବଭାଦ୍ରପଦ୍ ନକ୍ଷତ୍ର ପଡ଼ୋଶୀଙ୍କ ସହ ସମ୍ପର୍କ ହାନି କାରଣରୁ ଚିନ୍ତାପ୍ରକଟ କରିପାରନ୍ତି

шкаф на заказ по индивидуальным размерам шкаф по индивидуальным размерам
Нужна стальная лента? лента стальная упаковочная купить широкий ассортимент, разные толщины и марки стали. Выгодные цены, быстрая отгрузка и поставки для производства и строительства
лента стальная купить лента бандажная стальная
Whhen someone writes an articloe he/she keeeps thee pllan off a
usser iin his/her brain hat how a use cann bee awarfe of it.
Therefore that’s whyy his paraqgraph iis outstdanding. Thanks!
my webpage … iporn.win