ଭୁବନେଶ୍ୱର : ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ ଲାଗି ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି।
ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଗତ ୨୩ତାରିଖରେ ଅଧା ରାସ୍ତାରେ ତାଙ୍କ ମୃତ୍ୟୁ ଘଟିଥିଲା। ଶୁକ୍ରବାର କାଠମାଣ୍ଡୁରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ଏହାର ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ସନ୍ଧ୍ୟାରେ କାଠମାଣ୍ଡୁରୁ ମରଶରୀର ନେଇ ଆସିଥିବା ବିମାନ ବିଳମ୍ବରେ ଦିଲ୍ଲୀରେ ପହଞ୍ଚିଥିଲା। ତେଣୁ ବିମାନ ବନ୍ଦରରେ ଅପେକ୍ଷା କରିଥିବା ବିମାନଟି ଭୁବନେଶ୍ୱର ପଳାଇ ଆସିଥିଲା।

I’m gone tto ell my ligtle brother, thazt he should also pay a visit this weblog on regular basis to obtain updated from hottest
reports. xnxx