ଭୁବନେଶ୍ୱର : ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମୋ ସରକାରରେ ସାମିଲ ହୋଇଛି। ଫଳରେ ସରକାର ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ସିଧାସଳଖ କଥା ହେବେ। ମଙ୍ଗଳବାର ଲୋକସେବା ଭବନରୁ ଭିଡିଓ କନଫରେନସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହିଳା, ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଅଧୀନରେ ମା’ ଏବଂ ଶିଶୁଙ୍କ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କଲ୍ୟାଣ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ଏହିସବୁ କାର୍ଯ୍ୟକ୍ରମ ସୁଫଳ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ସବୁଠୁ ଗରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମହିଳା ଶିଶୁବକାଶ ଓ ମିଶନ ଶକ୍ତି ବିଭାଗ କର୍ମଚାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କ ନିଷ୍ଠାପର ଉଦ୍ୟମ ଦ୍ୱାରା ମମତା କାର୍ଯ୍ୟକ୍ରମ ସାରା ଦେଶରେ ଏକ ମଡେଲ ହୋଇପାରିଛି। ଓଡ଼ିଶାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ସୁଦୃଢ ହୋଇଛି। ଏହିସବୁ କାର୍ଯ୍ୟକ୍ରମକୁ ଆଗକୁ ଜାରି ରଖିବା ସହ ଦୁର୍ନୀତିକୁ ପ୍ରଶୟ ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗର କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଏବଂ ୫ଟି ସଚିବ ଭି. ପାଣ୍ଡିଆନ୍ ମୋ ସରକାର କାର୍ଯ୍ୟକ୍ରମର ଉପାଦେୟତା ସମ୍ପର୍କରେ ଆଲୋକପାତ କରିଥିଲେ।
‘ମୋ ସରକାର’ରେ ସାମିଲ ହେଲା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗ
You Might Also Like
Leave a Comment
Leave a Comment
- Advertisement -
