ଭୁବନେଶ୍ୱର: ରାଜ୍ୟ ସରକାର କେରୋନା ମୁକାବିଲା ପାଇଁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା କରି ୫ରୁ ଅଧିକ ଜିଲ୍ଲାର ସହର ଓ ସମସ୍ତ ଗ୍ରାମକୁ ଲକ୍-ଡାଉନ୍ ଘୋଷଣା କରିଛନ୍ତି।
କରୋନା ଭୂତାଣୁ ବିଶ୍ୱରେ ବିରାଟ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି। ଓଡ଼ିଶାରେ ଏହାର ସଂକ୍ରମଣକୁ ରୋକିବାକୁ ପ୍ରାରମ୍ଭିକ ଭାବେ ଆସନ୍ତାକାଲିରୁ ମାର୍ଚ୍ଚ ୨୯ ଯାଏ ୫ଟି ଜିଲ୍ଲା ଓ କିଛି ସହରରେ ଜରୁରୀକାଳୀନ ସେବାକୁ ଛାଡି ପ୍ରାୟ ସମ୍ପୂର୍ଣ ବନ୍ଦ ଘୋଷଣା ହେଉଛି। ଦୃଢତାର ସହ କରୋନା ମୁକାବିଲା ପାଇଁ ସରକାରଙ୍କୁ ସହଯୋଗ କରନ୍ତୁ। #COVID19 pic.twitter.com/y3m9MZaQM8
— Naveen Patnaik (@Naveen_Odisha) March 21, 2020
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଛନ୍ତି ଯେ ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ୟ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ୟ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (ନିୟର ଟୋଟାଲ୍) ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି ।
ତେବେ ବିମାନବନ୍ଦର, ରେଳବାଇ, ବସ୍ଷ୍ଟାଣ୍ଡ, ପେଟ୍ରୋଲ ପମ୍ପ, ଔଷଧ ଦୋକାନ ସମେତ ଜରୁରୀକାଳିନ ସେବା ଏହି ‘ଲକ୍-ଡାଉନ୍’ ମୁକ୍ତ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ ପ୍ରକାଶ କରିଛନ୍ତି । ସରକାରଙ୍କ ଏଭଳି ନିଷ୍ପତ୍ତିରେ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ ଦେଇଛନ୍ତି। ଯେଉଁମାନେ ଏହି ନିୟମକୁ ଭାଙ୍ଗିବାକୁ ଚେଷ୍ଟା କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.