ଯାଜପୁର : ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୨ କେଜି ଗଞ୍ଜେଇ ଜବତ କରାଯିବା ସହ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ କଲିକତାର ଟୁକେଇ ପାତ୍ର ଓ ରଞ୍ଜିତ ରାୟ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଶନିବାର ଅବକାରୀ ବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବାବେଳେ ଯାଜପୁର ଜିଲା କୁଆଖିଆରୁ ଏକ ବେସରକାରୀ ବସ୍ ଯୋଗେ କଲିକତାକୁ ଯାଉଥିବା ସମୟରେ ଅବକାରୀ ଅଧିକ୍ଷକ ରଜତ ପ୍ରହରାଜ ଓ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁଙ୍କ ନେତୃତ୍ୱରେ ବସ୍ ଉପରେ ଚଢ଼ାଉ କରି ୨୨ କେଜି ଗଞ୍ଜେଇ ଜବତ କରିଛନ୍ତି। ଗଞ୍ଜେଇ ଚୋରା ଚାଲାଣ ଘଟଣାରେ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏ ସମ୍ପର୍କରେ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା (ନଂ. ୨୮/୨୦) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅପରପକ୍ଷରେ ଏହି ଚୋରା ଗଞ୍ଜେଇ କେଉଁ ଅଞ୍ଚଳରୁ ଅଣାଯାଇଥିଲା ସେ ନେଇ କୌଣସି ସୂଚନା ମିିଳିପାରି ନାହିଁ ବୋଲି ଅବକାରୀ ଇନ୍ସପେକ୍ଟର ସୂଚନା ଦେଇଛନ୍ତି ।
ବସ୍ରୁ ୨୨କେଜି ଗଞ୍ଜେଇ ଜବତ, ୨ଗିରଫ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
