ଆରପାରିରେ ଅଭିନେତା ଅଜିତ ଦାସ

Odisha Hot News
1 Min Read

ଭୁବନେଶ୍ୱର ୧୩।୯: ଓଡିଆ ସିନେଜଗତ ପାଇଁ ଆଉ ଏକ ଦୁଃଖଦ ଖବର । ବିଶିଷ୍ଟ ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ଅଜିତ ଦାସ ଆଉ ନାହାନ୍ତି । ରବିବାର ୭୧ ବର୍ଷ ବୟସରେ ଅଜିତ ରାଜଧାନୀ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପରଲୋକ ଖବର ପ୍ରସାରିତ ହେବାପରେ ରାଜ୍ୟ କଳା ଜଗତରେ ଶୋକର ଛାୟା ଖେଳି ଯାଇଛି।

କରଞ୍ଜିଆରେ ଜନ୍ମ ଗ୍ରହଣ କରିଥିବା ଅଜିତ୍ ଦାସ ୬୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ । ତାଙ୍କ ଅଭିନୀତ ହାକିମବାବୁ ଚଳଚ୍ଚିତ୍ରକୁ ମିଳିଥିଲା ଜାତୀୟ ପୁରସ୍କାର । ଉତ୍କଳ ସଙ୍ଗୀତ ବିଶ୍ୱବିଦ୍ୟାଳୟର ଡ୍ରାମା ବିଭାଗର ଅଧ୍ୟାପକ ଥିଲେ ଅଜିତ ଦାସ୍‌ । ମୁଖ୍ୟମନ୍ତ୍ରୀ, ହାକିମବାବୁ, ଲୁଚକାଳି, ସିନ୍ଦୁର ବିନ୍ଦୁ, ମାଆ, ସୁନା ଚଢ଼େଇ ଆଦି ଫିଲ୍ମରେ ସେ ଅଭିନୟ କରିଥିଲେ । ସିନ୍ଦୁର ବିନ୍ଦୁ ଚଳଚିତ୍ରରୁ ନିଜ ଫିଲ୍ମ ଯାତ୍ରା ଆରମ୍ଭ କରିଥିଲେ ଅଜିତ ଦାସ୍‌ । ଅଜିତ ଦାସ ଗତକିଛି ତଳେ କୋଭିଡ୍ ସଂକ୍ରମିତ ହୋଇଥିବାର ଜଣାପଡ଼ିଥିଲା । ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ସେ କୋଭିଡ୍ ସହ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ।

କିଛି ଦିନ ତଳେ ଓଡିଆ ଫିଲ୍ମ ଜଗତର ଆଉ ଜଣେ ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି । ୭୦ ବର୍ଷ ବୟସ ବିଜୟ ମହାନ୍ତିଙ୍କ ପରଲୋକ ହୋଇଥିଲା ।

Share This Article