ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

Odisha Hot News
1 Min Read

ଭୁବନେଶ୍ୱର: IFS ଅଭୟକାନ୍ତ ପାଠକ ଚାକିରିରୁ ନିଲମ୍ବିତ। ଅଭୟକାନ୍ତଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଅଛନ୍ତି ଅଭୟ। ଏହା ସହ ଅୟସ ଆରାମ ଲାଇଫ୍ ଷ୍ଟାଇଲରେ ପୁର୍ଣ୍ଣଚ୍ଛେଦ ପଡ଼ିଛି।

IFS ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗିରଫ ପରେ ବାପପୁଅଙ୍କୁ କୋର୍ଟ ଚାଲାଣ ଭିଜିଲାନ୍ସ କରିଥିଲା। ଆସନ୍ତା ମାର୍ଚ୍ଚ ୯ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ।

ବାପା ଅଭୟକାନ୍ତଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରାଯାଇଛି। ବାପା ପଇସାର ଅପବ୍ୟବହାର ଅଭିଯୋଗରେ ପୁଅ ଆକାଶଙ୍କୁ ଗିରଫ କରାଯାଇଛି। ମାମଲାର ତଦନ୍ତ ଇଡି କରିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଏତେ ପଇସା ଆସୁଥିଲା କେଉଁଠୁ, ଖର୍ଚ୍ଚ କିପରି ଏହାର ତଦନ୍ତ କରିବ ଇଡି।

Share This Article