ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Odisha Hot News
1 Min Read

ଭୁବନେଶ୍ବର: ଗତ ୨୪ ଘଣ୍ଟାର ରାଜ୍ୟ କରୋନା ରିପୋର୍ଟ ହସ୍ତଗତ ହୋଇଛି। ରାଜ୍ୟରେ ପୁଣି ୩୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୬ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୫୬୪ରେ ପହଞ୍ଚିଛି। ରାଜ୍ୟରେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୫ ହଜାର ୮୪୦ ଜଣ ଓ ସକ୍ରିୟ ଅଛନ୍ତି ୩ ହଜାର ୮୯୩ ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଅ‌ାଯାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୧୬ ଜଣ, ବରଗଡ଼ରୁ ୧୯ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୧୮ ଜଣ, କଟକରୁ ୨୬ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୬ ଜଣ, ଜଗତ୍‌ସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୨୨ ଜଣ, ଖୋର୍ଦ୍ଧାରୁ ୪୯ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୫ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୭ ଜଣଙ୍କର ପ୍ରାଣହାନି ଘଟିଛି।

Share This Article