ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨୫ କୋଭିଡ୍ ସଂକ୍ରମିତ, ୩୨୭୮୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Odisha Hot News
1 Min Read

ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୮୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୯ଜଣ ରହିଛନ୍ତି ।

Share This Article