କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ବର : କଂଗ୍ରେସ ବିଧାୟକ ଦଳର ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଅସୁସ୍ଥ ହୋଇ  ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନରସିଂହ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଟ୍ବିଟ୍‌ରେ ଲେଖିଛନ୍ତି ଯେ, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ତାଙ୍କ ପରିବାର ସଦସ୍ୟଙ୍କଠୁ ପଚାରି ବୁଝିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ ଯେ, ସୋମବାର ବିଭିନ୍ନ ସମସ୍ୟା ନେଇ କଂଗ୍ରେସ ସିବିଆଇ ଅଫିସ୍ ଘେରାଉ କରିଥିଲା। ଏହି ଆନ୍ଦୋଳନରେ କଂଗ୍ରେସର ବିଧାୟକ ଦଳର ନେତା ତଥା ବଲାଙ୍ଗୀରର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇଥିଲେ। ସେ ଭାଷଣା ଦେବା ସମୟରେ ​ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ସେଠାରେ ଥିବା ଅନ୍ୟ କଂଗ୍ରେସ କର୍ମୀମାନେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନ ସୁଦ୍ଧା ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ କୌଣସି ସୂଚନା ମିଳି ପାରି ନାହିଁ।​‌

Share This Article