ନୂଆବର୍ଷରେ ସରକାରୀ କର୍ମଚାରୀଙ୍କ ପାଇଁ ଜାରି ହେଲା ନୂଆ ଗାଇଡ୍‌ଲାଇନ୍

Odisha Hot News
1 Min Read

କଟକ : ଆସିଲା ସରକାରୀ କର୍ମଚାରୀଙ୍କ ପାଇଁ ଜାନୁଆରି ମାସର ଗାଇଡଲାଇନ। ଟ୍ୱିନସିଟିରେ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସରକାରୀ ଅଫିସ । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାନୁଆରି ମାସ ପାଇଁ ଏହି ଗାଇଡଲାଇନ ଜାରି କରାଯାଇଥିବା ବେଳେ ଅଫିସ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ମଧ୍ୟ କୁହାଯାଇଛି। 

କେବଳ ଜରୁରୀକାଳିନ ବିଭାଗ ଅଧିନରେ ଆସୁଥିବା ଅଫିସଗୁଡ଼ିକ ସମସ୍ତ କର୍ମଚାରୀଙ୍କୁ ନେଇ ଚାଲିବ। ଏସଆରସି, ଓଏସଡିଏମଏ, ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ ବିଭାଗ ଭଳି ଜରୁରୀ ସେବା ଯୋଗାଉଥିବା ବିଭାଗର ଅଫିସଗୁଡିକୁ ସମସ୍ତ କର୍ମଚାରୀ ଆସିବେ । ଆବଶ୍ୟକ ପଡ଼ିଲେ ସରକାରୀ କାର୍ଯ୍ୟ ପାଇଁ ସମ୍ପୃକ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ପଡ଼ିବ। ସେଥିପାଇଁ ସମସ୍ତ କର୍ମଚାରୀଙ୍କୁ ଟେଲିଫୋନ୍‌ ଓ ମୋବାଇଲ ଫୋନ୍‌ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଫିସ୍‌ ଆସୁଥିବା କର୍ମଚାରୀମାନଙ୍କୁ କୋଭିଡ୍‌ ସଂକ୍ରମଣ ପ୍ରତିହତ ପାଇଁ ଥିବା ସମସ୍ତ ପ୍ରକାର ସତର୍କତା ନିୟମ ଅନୁପାଳନ କରିବାକୁ ପ୍ରମୁଖ ଶାସନ ସଚିବ କଡ଼ା ନିର୍ଦ୍ଦେଶ ଦେଇଛନ୍ତି 

Share This Article