ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ଜଣ କରୋନା ସଂକ୍ରମିତ ଚିହ୍ନଟ

Odisha Hot News
1 Min Read

ଭୁବନେଶ୍ବର: ଧୀରେ ଧୀରେ କମ୍ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ସଂଗରୋଧ କେନ୍ଦ୍ରରୁ ୧୦୯ ଓ ୮୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି।
ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ରେ ପହଞ୍ଚିଛି। ସେହିପରି ଏବେ ବି ସକ୍ରିୟ ଅଛନ୍ତି ୨୪୦୮ ଜଣ। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୫ ହଜାର ୯୬୫ ଜଣ। ଏ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ଭିତରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୮, ବଲାଙ୍ଗୀର ଜିଲ୍ଲାରୁ ୧୭, କଟକ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୯, ଝାରସୁଗୁଡ଼ା ଜିଲ୍ଲାରୁ ୧୩, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯, ଖୋର୍ଦ୍ଧା ଜିଲ୍ଲାରୁ ୧୦, ମୟୂରଭଞ୍ଜ ଜିଲ୍ଲାରୁ ୯, ନୂଆପଡ଼ା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୩, ରାୟଗଡ଼ା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଷ୍ଟେଟ୍‌ ପୁଲ୍‌ରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏହାଛଡ଼ା ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଓ ସୋନପୁର ଆଦି ୮ଟି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Share This Article