ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ, ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ

Odisha Hot News
1 Min Read

ଭୁବନେଶ୍ବର ୧୧।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୧୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୧୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୦୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୦୧୭୩୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଏଣେ ଜଣେ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share This Article