ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Odisha Hot News
1 Min Read

ଭୁବନେଶ୍ବର ୨୮।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।


ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାର ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୭୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୮୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୩୫୮୮୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Share This Article