ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 6th Feb, 2021
New Positive Cases: 72
In quarantine: 43
Local contacts: 29
(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 5
3. Bargarh: 4
4. Balangir: 2
5. Boudh: 1
— I & PR Department, Odisha (@IPR_Odisha) February 7, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୬୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୮୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୮୬୪୫୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comment