ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୨୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Odisha Hot News
1 Min Read

ଭୁବନେଶ୍ବର ୧।୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୨୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Share This Article