ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ, ୪ମୃତ

Odisha Hot News
1 Min Read

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୪ ଜଣ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୨ କୁ ବୃଦ୍ଧି ପାଇଛି। ଏହି ୪ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, ଭଦ୍ରକ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଅଛନ୍ତି।

Share This Article