ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମନ୍ତ୍ରୀ ପ୍ରତାପ ଜେନା

Odisha Hot News
1 Min Read

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ପଚାଂୟତିରାଜ , ପାନୀୟଜଳ , ଆଇନ , ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀ ଜେନା ଏକ ଶୋକ ବାର୍ତାରେ ସ୍ବର୍ଗତ ବିଶ୍ବାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି । ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ଵୋଲି କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମନ୍ତ୍ରୀ ଶ୍ରୀ ଜେନା ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Share This Article