ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା

Odisha Hot News
1 Min Read

ପୁରୀ: ଶ୍ରୀକ୍ଷେତ୍ରରେ ଖେଳିଯାଇଛି ଚାଞ୍ଚଲ୍ୟ। ଆଜି ପୁରୀରେ ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଦୃବୁର୍ତ୍ତଙ୍କ ଗୁଳିମାଡରେ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ମୁତାବକ ଆଜି ପୁରୀ ଟାଉନ ଥାନା ଅନ୍ତର୍ଗତ ବାରବାଟୀ ଜାଗା ନିକଟରେ କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଛି। ବହୁଚର୍ଚ୍ଚିତ ଗୁନ ସିଂହରୀ ହତ୍ୟାକାଣ୍ଡର ମାମଲାରେ ସମ୍ପୃକ୍ତ କାଳିଆ ଓରଫ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ହତ୍ୟା କରାଯାଇଛି। ପ୍ରାଥମିକ ସୂଚନା ଅନୁସାରେ, ବାରବାଟୀ ଜାଗାର ଉନ୍ନତିମୂଳକ କାର୍ଯ୍ୟ ଦାୟିତ୍ୱରେ ଥିଲେ କୃଷ୍ଣଚନ୍ଦ୍ର । ଆଜି ସକାଳେ ହଠାତ୍ କିଛି ଦୁର୍ବୃତ୍ତ ସେଠାକୁ ଆସି ତାଙ୍କ ମୁଣ୍ଡକୁ ଗୁଳିମାଡ଼ କରିଥିଲେ । ଦୁଇ ଜଣ ଦୃବୁର୍ତ୍ତ ତାଙ୍କ ମୁଣ୍ଡକୁ ଅତି ନିକଟରୁ ଦୁଇ ରାଉଣ୍ଡ ଗୁଳି ମାରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୁରୀ ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ କୃଷ୍ଣଚନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।
ପୁରୀର ବହୁଚର୍ଚ୍ଚିତ ଗୁନ ସିଂହରୀ ହତ୍ୟାକାଣ୍ଡ ମାମଲାରେ ପୂର୍ବରୁ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ପୁଲିସ ଗିରଫ କରିଥିଲା। କିନ୍ତୁ ପ୍ରମାଣ ଅଭାବରୁ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଇଥିଲା। ତେବେ ଏହି ଘଟଣା ସହ ତାଙ୍କର ହତ୍ୟାର ସଂଯୋଗ ଥାଇପାରେ ବୋଲି ସନ୍ଦେହ କରାଯାଉଛି। ତେବେ କେଉଁ କାରଣରୁ ସେବାୟତ ଜଣକୁ ହତ୍ୟା କରାଯାଇଛି ତାହାର ତଦନ୍ତ କରୁଛି ପୁଲିସ। ତାଜା ସୂଚନା ମୁତାବକ ବର୍ତ୍ତମାନ ପୁରୀ ମେଡିକାଲରେ ଜିଲ୍ଲାପାଳ ଓ ଏସପି ପହଞ୍ଚିଛନ୍ତି।

Share This Article