୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ – Fast News Network

Odisha Hot News
2 Min Read

[ad_1]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଛନ୍ତି । ଆଲୋଚନା ପରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା ଶିଳ୍ପାଞ୍ଚଳର ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନ ଏବଂ ସେମାନଙ୍କ ସଂଘର କର୍ମକର୍ତ୍ତାମାନେ ଆଲୋଚନାରେ ଭାଗ ନେଇଥିଲେ । ଏଥିରେ ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକ ଗୁଡିକର ପାର୍କିଂ ସମସ୍ୟା, ଶ୍ରମିକମାନଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ସବୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟରେ ଦୁଇ ହଜାରରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲର ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।
କୋଭିଡ ମହାମାରୀ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ସ୍ବତନ୍ତ୍ର ନୀତି ଆସିବ ବୋଲି ୫-ଟି ସଚିବ କହିଥିଲେ । ବୈଠକରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଆରୋପ କରାଯାଇଥିଲା । ଏହାପରେ ଶ୍ରୀ ପାଣ୍ଡିଆନ ଜୟମଙ୍ଗଳ ଶିଳ୍ପାଞ୍ଚଳ ମଧ୍ୟ ପରିଦର୍ଶନ କରିଥିଲେ। ସେଠାରେ ସେ କୋଭିଡ ମହାମାରୀ ସମୟରେ ଚାକିରୀ ଛାଡି ଥିବା ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟ ମାନଙ୍କ ସହିତ ଆଲୋଚନା କରିଥିଲେ । ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କର ଉଦ୍ୟମରେ ରାଜ୍ୟ ସରକାର ସଂପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ଶ୍ରୀ ପାଣ୍ଡିଆନ ପ୍ରତିଶ୍ରୁତି ଦେଇଥିଲେ ।
୫-ଟି ସଚିବଙ୍କ ଏହି ଗସ୍ତରେ ଶିଳ୍ପଦ୍ୟୋଗୀମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସି ପ୍ରକାଶ ପାଇଥିଲା। ସେମାନଙ୍କର ଦୀର୍ଘ ବର୍ଷର ସମସ୍ୟାର ଆଜି ସମାଧାନ ହୋଇଛି ବୋଲି ସନ୍ତୋଷ ପ୍ରକାଶ କରି ସେମାନେ କହିଥିଲେ ଯେ ୪୦ ବର୍ଷର ସମସ୍ୟା ଆଜି ମାତ୍ର ୪୦ ମିନିଟ୍‌ରେ ସମାଧାନ ହୋଇପାରିଛି। ଏହି ଆଲୋଚନାରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଓ ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

[ad_2]

Source link

Share This Article