ଭୁବନେଶ୍ୱର : ମାତ୍ର ୧୫ ଦିନ ଭିତରେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଆସିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବୁଧବାର ରାହୁଲ ଓଡ଼ିଶାରେ ପହଞ୍ଚିଛନ୍ତି। ଭବାନୀପାଟଣା ଓ ରାଉରକେଲାରେ ହେବାକୁ ଥିବା ପରିବର୍ତ୍ତନ ସଙ୍କଳ୍ପ ସମାବେଶରେ ସେ ଯୋଗଦେବେ। ଭବାନୀପାଟଣାର ଶ୍ରୀକୃଷ୍ଣନଗର ପଡ଼ିଆରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, କଂଗ୍ରେସର ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂହ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝିଙ୍କ ସହ ବହୁ ବରିଷ୍ଠ କଂଗ୍ରେସ ନେତା ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାର ବିରୋଧରେ ରଣହୁଙ୍କାର ଦେଇଛନ୍ତି। ଅପରାହ୍ନ ୨ଟାରେ ସେ ସୁନ୍ଦରଗଡ଼ ଜିଲା ଇସ୍ପାତ ନଗର ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଓଡ଼ିଶା ଗସ୍ତରେ ରାହୁଲ କ’ଣ କହିବେ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।
ଓଡ଼ିଶା ପରିବର୍ତ୍ତନ ସଂକଳ୍ପ ସମାବେଶରେ ରାହୁଲ
- Advertisement -
Stay Connected
Comment
- * * * $3,222 deposit available! Confirm your operation here: http://assaafahotels.com/index.php?snvjvc * * * hs=fd2b556f29fbb213f03b797a2080edf6* ххх* on Searching for the ‘angel’ who held me on Westminster Bridge
- ClaytonPer on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- القرفة للتنحيف on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
- XRumer23gox on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !
