ହିଂଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Odisha Hot News
1 Min Read

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନବୀନ ପଟ୍ଟନାୟକ ଛତ୍ରପୁର ସ୍ଥିତ ଅତିରିକ୍ତ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଙ୍ଗ୍ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ୨ୟ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ବିଜ୍ଞପ୍ତି ଜାରି ହେବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।

ସକାଳ ୯: ୩୦ ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରସ୍ଥିତ ନବୀନ ନିବାସରୁ ବାହାରି ହେଲିକପ୍ଟର୍‌ ଯୋଗେ ଆସି ରାୟପୁର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ସେଠାରୁ ସେ ତାରାତାରିଣୀ ମନ୍ଦିରକୁ ଯାଇ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ପରେ ହେଲିକାପ୍ଟର୍‌ ଯୋଗେ ଯାତ୍ରା କରି ଛତ୍ରପୁର ଷ୍ଟାଡିୟମ୍‌ରେ ଓହ୍ଲାଇ ଥିଲେ। ଗଞ୍ଜାମ ଜିଲ୍ଲାର ସମସ୍ତ ଲୋକସଭା ଓ ବିଧାନସଭା ଆସନର ପ୍ରାର୍ଥୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ସ୍ଥାନୀୟ ସର୍କିଟି ହାଉସ୍‌ରେ କିଛି ସମୟ ଅବସ୍ଥାନ କରିବା ପରେ ପ୍ରାର୍ଥୀପତ୍ର ଦାଖଲ କରି ପୁଣି ଭୁବନେଶ୍ୱର ଫେରି ଯାଇଥିଲେ।

 

Share This Article
Leave a Comment