ବାତ୍ୟା ‘ଫୋନି’ ପାଇଁ ଭୟଭୀତ ନ ହୋଇ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Odisha Hot News
1 Min Read

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଫୋନି’ ପାଇଁ ଭୟଭୀତ ନ ହୋଇ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍‌ କରି ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷେ, ‘ଫୋନି’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ପ୍ରଥମ ପର୍ଯ୍ୟାୟରେ ଏନ୍‌ଡିଆର୍‌ଏଫ୍‌ର ୯ଟି ଟିମ୍‌କୁ ଉପକୂଳ ଜିଲ୍ଲାକୁ ପଠାଯାଇଛି। ଓଡ୍ରାଫ୍‌ ଟିମ୍‌ ମଧ୍ୟ ସଜାଗ ହୋଇ ରହିଛି।

ବିପନ୍ନଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାନାନ୍ତର ସହ ରିଲିଫ୍ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟାର ମୁକାବିଲା ସହ ଧନ ଜୀବନର ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି ବୋଲି ଟ୍ୱିଟ୍‌ରେ ଉଲ୍ଲେଖ କରାଯାଇଛି।

 

 

Share This Article
Leave a Comment