ଷୋଡ଼ଶ ବିଧାନସଭା: ବିଧାୟକ ଭାବେ ଶପଥ ନେଲେ ନବୀନ

Odisha Hot News
1 Min Read

ଭୁବନେଶ୍ୱର : ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ବିଧାୟକମାନଙ୍କୁ ଶପଥ ପାଠ କରାଉଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ କରିଛନ୍ତି। ଏହା ପରେ ଜଣଙ୍କ ପରେ ଜଣେ ବିଧାୟକ ଶପଥ ନେବେ। ସକାଳ ୧୦ଟାରୁ ୫ଟା ଯାଏ ବିଧାନସଭା ଗୃହରେ ଦୁଇଦିନ ଧରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ପ୍ରକାଶଯୋଗ୍ୟ, ଆସନ୍ତା ଜୁନ ୧ରେ ବାଚସ୍ପତି ନିର୍ବାଚନ ହେବ। ଶାସକ ବିଜେଡି ପକ୍ଷରୁ ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯିବା ନେଇ ସ୍ଥିର କରାଯାଇଛି। ମାତ୍ର ଏହା ପୂର୍ବରୁ ଅମରଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ସେ ବିଧିବଦ୍ଧ ଭାବେ ନୂଆ ବାଚସ୍ପତି ଆସିବା ଯାଏ କାମ ଚଳାଇବେ। ଗତ ବିଧାନସଭାରେ ସେ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଥିଲେ।

Share This Article
Leave a Comment