ଆଜି ବିଜେପୁରରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

Odisha Hot News
0 Min Read

ବିଜେପୁର ଉପନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। ୩ ପ୍ରମୁଖ ଦଳର ହେଭିୱେଟ୍ ନେତା ବିଜେପୁରରେ ଡେରା ପକାଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁର ନିର୍ବାଚନ ମଣ୍ଡଳୀରେ ପହଞ୍ଚିବେ। ସେଠାରେ ସେ ୨ଦିନ ଧରି ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ପ୍ରଚାର କରିଥିଲେ। ଅନ୍ୟପକ୍ଷରେ ରୋହିତ ପୂଜାରୀ, ସ୍ନେହାଙ୍ଗିନି ଛୁରିଆ, ଟୁକୁନି ସାହୁ ମଧ୍ୟ ରୀତା ସାହୁଙ୍କ ପାଇଁ ପ୍ରଚାରର ମଙ୍ଗ ଧରିଛନ୍ତି।

Share This Article
Leave a Comment