ଭୁବନେଶ୍ୱର : ପକ୍କାଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ‘ଯୋଗ୍ୟତା କାର୍ଡ’ ପ୍ରଦାନ କରିବେ। ଗୁରୁବାର ପଞ୍ଚାୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନ ଯୋଜନାର ଶୁଭାରମ୍ଭ କରିବେ। ଏହା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ବୁଧବାର ସୂଚନା ଦେଇଛନ୍ତି।
ଯୋଗ୍ୟତା କାର୍ଡ ସଂକ୍ରାନ୍ତରେ ସୂଚନା ଦେଇ ମନ୍ତ୍ରୀ କହିଥିଲେ ଯେ, ମାର୍ଚ୍ଚ ୫ରୁ କାର୍ଡ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ। ବିଡିଓମାନେ ଏଥିପାଇଁ ବ୍ଲକ, ପଞ୍ଚାୟତ ଓ କ୍ଲଷ୍ଟର ସ୍ତରରେ କ୍ୟାମ୍ପମାନ ଆୟୋଜନ କରିବେ। କାର୍ଡ ବଣ୍ଟନ ଲାଗି ହୋଇଥିବା ନିଷ୍ପତ୍ତିି ଅନୁଯାୟୀ ୫୦ଟି ବିଧାନସଭା କ୍ଷେତ୍ରରେ ବ୍ଲକ ସ୍ତରରେ ଆୟୋଜିତ କ୍ୟାମ୍ପରେ ମନ୍ତ୍ରୀମାନେ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଡ ପ୍ରଦାନ କରିବେ। ସେହିଭଳି ଅନ୍ୟ ବ୍ଲକଗୁଡିକରେ ବିଧାୟକମାନେ ମୁଖ୍ୟଅତିଥି ହୋଇ କାର୍ଡ ବଣ୍ଟନ କରିବା ପାଇଁ କୁହାଯାଇଛି। ପ୍ରତି କ୍ୟାମ୍ପ ଆୟୋଜନ ଲାଗି ରାଜ୍ୟ ସରକାର ୨୦,୦୦୦ ଟଙ୍କାର ବ୍ୟବସ୍ଥା କରିଛନ୍ତି। ଘର ପାଇବାକୁ ଥିବା ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ପକ୍କାଘର ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିବା ପ୍ରତାପ କହିଛନ୍ତି। ଯୋଗ୍ୟ ହିତାଧିକାରୀମାନଙ୍କୁ ଚିହ୍ନଟ କରି ଯୋଗ୍ୟତା କାର୍ଡ ପ୍ରଦାନ ଲାଗି ସ୍ଥିର ହୋଇଛି। ବିଡିଓମାନେ ରାଜ୍ୟ ସରକାରୀ ୱେବସାଇଟ୍ରୁ କାର୍ଡଗୁଡିକ ଡାଉନଲୋଡ କରିବା ସହିତ ଏଥିରେ ହୋଲୋଗ୍ରାମ ଲଗାଇ ହିତାଧିକାରୀମାନଙ୍କୁ ଦେବାର ବ୍ୟବସ୍ଥା କରିବେ। ଏହି କାର୍ଡ ବିଭାଗ ପକ୍ଷରୁ ଡିଆର୍ଡିଏ ମାଧ୍ୟମରେ ବିଡିଓମାନଙ୍କୁ ପ୍ରଦାନ କରାଯାଇଛି। ହିତାଧିକାରୀମାନେ ଯେଭଳି ସୁରୁଖୁରୁରେ କାର୍ଡ ପାଇବେ ସେଥିପାଇଁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
‘ପକ୍କାଘର ଯୋଗ୍ୟତା କାର୍ଡ’ ବଣ୍ଟନର ଶୁଭାରମ୍ଭ ଆଜି
1 Comment
1 Comment

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.