ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ଜନଗଣନା ସ୍ଥଗିତ ରଖିବାକୁ ନିବେଦନ

Odisha Hot News
1 Min Read

ଭୁବନେଶ୍ୱର : କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଏପ୍ରିଲରେ ହେବାକୁ ଥିବା ଜନଗଣନା କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଚିଠି ଲେଖିଛନ୍ତି।

ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟକ୍ରମ ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ହେବାକୁ ନିର୍ଦ୍ଧାରିତ ହୋଇଛି। ଏଥିରେ ତାଲିକା, ଗଣନା, ଜନସଂଖ୍ୟା ପଞ୍ଜିକା ଅପ୍‌ଡେଟ୍‌ ହୋଇଥାନ୍ତା। ତେବେ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଥିବା ଫିଲ୍ଡ ଓ୍ବାର୍କରଙ୍କୁ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖି ଜନଗଣନା ସ୍ଥଗିତ ରଖିବାକୁ ଲେଖିଛନ୍ତି।

Share This Article
Leave a Comment