ତପ୍ତପାଣି କେନାଲରୁ ଉଦ୍ଧାର ମୃତ ଦେହ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ସୁନା ଅଳଙ୍କାର ଜବତ

Odisha Hot News
1 Min Read

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ପାଟପୁର ଥାନା ଅନ୍ତର୍ଗତ ପୁଡାମାରୀ ଚଷା ସାହିର ବିବାହିତା ମହିଳା ନିଖୋଜ ଓ ପରେ ତପ୍ତପାଣି କେନାଲରୁ ତାଙ୍କର ମୃତ ଦେହ ଉଦ୍ଧାର ପରେ ମାମଲା ରୁଜୁ ହୋଇଥିଲା। ଘଟଣାକୁ ଗୁରୁତର ସହ ନେଇ ସଙ୍ଗୀତାଙ୍କ ବାପା ଙ୍କର ଅଭିଯୋଗକୁ ଭିତ୍ତି କରି ପୋଲିସ ଆସ୍କା ଏସ୍ ଡି ପି ଓ ଉମାଶଙ୍କର ସିଂ ଙ୍କ ନେତୃତ୍ଵରେ ବିଭିନ୍ନ ସ୍ଥାନରେ ଚଢାଉ କରି ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି। ଏହା ସହ ସଙ୍ଗୀତା ପିନ୍ଧିଥିବା ସୁନା ଅଳଙ୍କାର ମାଟିରେ ପୋତା ଯାଇଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ପରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ବର୍ତ୍ତମାନ ସୁଦ୍ଧା ତଦନ୍ତ ଜାରି ରହିଛି। ଯଦି ଆଉ କାହାର ସମ୍ପର୍କ ଜଣାପଡ଼ିବ, ତେବେ ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ପୋଲିସ ପ୍ରକାଶ କରିଛି।

Share This Article