Breaking News: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

Odisha Hot News
1 Min Read

ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପାଣିପାଗ ବିଭାଗ ପୂର୍ବରୁ ଯାହା ଅନୁମାନ କରୁଥିଲା ତାହା ସତ ହେଲା। ଆଜି ସଂଧ୍ୟାରେ ଏହି ଲଘୁଚାପ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗରରଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଥିଲା। ଏହାପରେ ଏହା ଘନିଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି।

ଏହି ଲଘୁଚାପ ପ୍ରଭାବରେ ସାତୋଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଦିଆଯାଇଛି। ସେଗୁଡିକ ହେଲା ମାଲକନାଗିରି, କୋରାପୁଟ, ନବରଂଗପୁର, କଳାହାଣ୍ଡି, କନ୍ଧାମାଳ, ବଲାଙ୍ଗିର ଏବଂ ନୂଆପଡା ଜିଲ୍ଲା। ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହିତ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share This Article