ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ, ସହାୟତା ଦେଲେ ରାଜ୍ୟ ସରକାର

Odisha Hot News
1 Min Read

ଭୁବନେଶ୍ବର: ଓଡିଶାର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେ ଦୀର୍ଘଦିନ ଧରି ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ସେ ଘରେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା।

ତାଙ୍କ ଚିକିତ୍ସାର ସହାୟତା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ତରଫରୁ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସଂସ୍କୃତି ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାଏଙ୍କ ସହ ଓଏଫଡିସିର ଅଧ୍ୟକ୍ଷ କୁନା ତ୍ରିପାଠୀ ପ୍ରମୁଖ ହସପିଟାଲ ଯାଇ ସହାୟତା ଦେବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ। ସେହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share This Article