ଅନ୍ତର୍ଜାତୀୟ ଖ୍ୟାତି ସଂପର୍ଣ୍ଣ ପ୍ରଖ୍ୟାତ ସାହିତ୍ୟିକ ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକ

Odisha Hot News
1 Min Read

ଭୁବନେଶ୍ବର: ଅନ୍ତର୍ଜାତୀୟ ଖ୍ୟାତି ସଂପର୍ଣ୍ଣ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କର ଆଜି ରାତି ୯ଟାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଜି ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।

ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କର ଉଭୟ ଓଡିଆ ଓ ଇଂରାଜୀ ସାହିତ୍ୟରେ ବେଶ ଦଖଲ ରହିଥିଲା। ସେ ସାହିତ୍ୟ ପାଇଁ ବିଶ୍ବ ଦରବାରରେ ପରିଚିତ ଲାଭ କରିଥିଲେ। ସାହିତ୍ୟ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ସାରଳା ସମ୍ମାନ, ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ଉତ୍କଳ ରତ୍ନ ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନିତ କରାଯାଇଛି। ତାଙ୍କ ବିୟୋଗରେ ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।

Share This Article