ପ୍ରଖ୍ୟାତ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

Odisha Hot News
1 Min Read

ଭୁବନେଶ୍ବର: ଆଜି ରାତିରେ ପ୍ରଖ୍ୟାତ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। କଟକ ମେଡିକାଲରେ ଚିକିତ୍ସାଧିନ ଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି।

ଏକ ଟୁଇଟି କରି ସେ କହିଛନ୍ତି ଯେ, ଯଶସ୍ଵୀ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାହିତ୍ୟ ଜଗତରେ ଏହା ଏକ ଅପୂରଣୀୟ ଶୂନ୍ୟସ୍ଥାନ। ଉଭୟ ଓଡ଼ିଆ ଏବଂ ଇଂରାଜୀ ସାହିତ୍ୟରେ ଅନନ୍ୟ ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ।

ମହାନ ସାହିତ୍ୟିକଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Share This Article