ଏଥର ବିଧାନସଭାରେ ରଖିବି ହେଲିକାପ୍ଟର ଖର୍ଚ୍ଚ, ଏମିତି କାହିଁକି କହିଲେ ମନ୍ତ୍ରୀ ଟୁକୁନି ସାହୁ

Odisha Hot News
1 Min Read

ଭୁବନେଶ୍ବର: ଆଜି ମନ୍ତ୍ରୀ ଟୁକୁନୀ ସାହୁ ବିରୋଧ ଦଳକୁ କୁଚକ୍ରୀ କହିବା ସହିତ ତୀବ୍ର ସମାଲୋଚନା କରିଛନ୍ତି। ସେ ନିଜ ଏକ୍ସରେ ଏ ନେଇ ବର୍ଷିଛନ୍ତି ମନ୍ତ୍ରୀ। ସେ ଲେଖିଛନ୍ତି ଯେ, “କୁଚକ୍ରୀ ଗୋଷ୍ଠୀଙ୍କର ମୁଣ୍ଡ ଖରାପ ହୋଇଗଲାଣି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଯେଉଁଭଳି ଭାବେ ଲୋକଙ୍କ ସମସ୍ୟା ବୁଝୁଛି ଓ ସମାଧାନ କରୁଛି ସେମାନଙ୍କର ମୁଣ୍ଡ କାମ କରୁନି। ସେଥିପାଇଁ ଇଆଡୁ ସିଆଡୁ ବୟାନ ଦେଉଛନ୍ତି।’

ସେହିପରି ସେ କହିଛନ୍ତି ଯେ, “ଏମାନେ ଚାହୁଁନଥିଲେ ଲୋକଙ୍କ ସମସ୍ୟାର ସମାଧାନ ହେଉ, ସେଥିପାଇଁ ବିଭ୍ରାନ୍ତିକର ବକ୍ତବ୍ୟ ଦେଇ ଚାଲିଛନ୍ତି। କିଏ କହୁଛି ହେଲିକପଟରରେ ଗସ୍ତ ବାବଦକୁ ୩୦୦ କୋଟି ଖର୍ଚ୍ଚ ହୋଇଛି ତ’ କିଏ କହୁଛି ୫୦୦ କୋଟି।

ସେମାନଙ୍କ ନିଜ କଥାରେ ବି ତାଳମେଳ ନାହିଁ। ପ୍ରକୃତରେ ଗତ ୫ ବର୍ଷରେ ହେଲିକପଟରରେ ଗସ୍ତ ବାବଦକୁ ପ୍ରାୟ ୫୦ କୋଟି ଖର୍ଚ୍ଚ ହୋଇଛି।”

ଅର୍ଥାତ୍ ବର୍ଷକୁ ହାରାହାରି ୧୦ ରୁ ୧୨ କୋଟି ଟଙ୍କା ବ୍ୟୟ ହୋଇଛି। ଆସନ୍ତା ବିଧାନସଭା ଅଧିବେଶନରେ ମୁଁ ଏବାବଦରେ ସବୁ ତଥ୍ୟ ରଖିବି। ସେତେବେଳେ ଏମାନଙ୍କର ସବୁ ମିଥ୍ୟା ପ୍ରଚାର ଧରାପଡିଯିବ ଓ ମୁଖା ଖୋଲିଯିବ। ନିଜର ବ୍ୟକ୍ତିଗତ ସ୍ୱାର୍ଥ ପାଇଁ ଏପରି ମିଥ୍ୟା ପ୍ରଚାର କରୁଛନ୍ତି, ସେମାନଙ୍କୁ ଲଜ୍ଜା ଲାଗିବା ଦରକାର।

ଏମାନଙ୍କ ପାଖରେ ଯଦି ସାମାନ୍ୟ ଲଜ୍ଜା ଥିବ ତେବେ ବିଭ୍ରାନ୍ତିକର ତଥ୍ୟ ପ୍ରଚାର କରୁଥିବାରୁ ଓଡିଶାବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିବେ।

Share This Article