କାଳିଆ ଦର୍ଶନ କରି ଫେରୁଥିବା ବେଳେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ୨ ମୃତ

Odisha Hot News
1 Min Read

କୁଜଙ୍ଗ: କୁଜଙ୍ଗ ଥାନା ଅନ୍ତର୍ଗତ କଟକ ପାରାଦୀପ ରାସ୍ତା ୧୫ ନମ୍ବର ରାଜ୍ୟ ରାଜପଥ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ଛନ୍ଦା ରୋମିତ୍ ଗ୍ରାମର ଜିତେନ୍ ପାଲ (୫୨), ଅନ୍ୟ ଜଣେ ପାଟୁଲିପଙ୍କ ଗ୍ରାମର ପ୍ରଭାକର ଭୋଳ(୫୬)।

ସୂଚନା ମୁତାବକ, କଟକ ପାରାଦ୍ଵୀପ ରାଜ୍ୟ ରାଜପଥରେ ଗୁରୁବାର ସକାଳ ୭ ଟାରେ ଏକ ବାଇକ ନମ୍ବର୍ (ଓଡି – ୨୧ -୩୦୩୧)ରେ ଜିତେନ ଓ ସହଯୋଗୀ ପ୍ରଭାକର ପୁରୀରୁ କାଳିଆ ଦର୍ଶନ କରି ଫେରୁଥିଲେ। ଏତିକି ବେଳେ ରାଜ୍ୟ ରାଜପଥ ର ପନ୍ଦର ନମ୍ବର ଠାରେ ପାରାଦ୍ଵୀପ ଆଡୁ ଆସୁଥିବା ଏକ ଟ୍ରକ୍ ଓଡ଼ି – ୨୧ – ଏଲ୍- ୯୮୦୯ ଗାଡ଼ି ବାଇକକୁ ଧକ୍କା ଦେଇଥିଲା। ଫଳରେ ଉଭୟ ବାଇକ ଆରୋହୀ ଟ୍ରକର ଚକା ତଳେ ପଡ଼ି ଯାଇଥିଲେ। ଘଟଣା ସ୍ଥଳରେ ଦୁଇ ବାଇକ୍ ଆରୋହି ଙ୍କର ପ୍ରାଣହାନି ଘଟିଥିଲା।ଅନ୍ୟପକ୍ଷରେ ଦୁର୍ଘଟଣା ଘଟାଇ ଥିବା ଟ୍ରକ ଚାଳକ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା।

ସୂଚନା ପାଇ ଦୁର୍ଘଟଣା ସ୍ଥଳରେ କୁଜଙ୍ଗ ପୋଲିସ ଟିମ, ଅଗ୍ନିଶମ ବାହିନୀ ଓ ଦେବଦୁତ୍ତ ବାହିନୀ ପହଞ୍ଚି ଉଭୟଙ୍କୁ କୁଜଙ୍ଗ ଡାକ୍ତରଖାନାକୁ ଆଣିଥିଲେ। ପରେ ମୃତକ ମାନଙ୍କ ପରିବାର ମେଡିକାଲ ରେ ପହଞ୍ଚିଥିଲେ। ପୋଲିସ ମୃତ ଦେହ ଉଭୟ ପରିବାର ଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି। ଏହି ଘଟଣା ହେତୁ କଟକ ପାରାଦ୍ଵୀପ ରାସ୍ତା କିଛି ସମୟ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। କୁଜଙ୍ଗ ପୋଲିସ ଦୁର୍ଘଟଣା ଘଟାଇ ଥିବା ଟ୍ରକ ଓ ମୃତକ ଙ୍କ ବାଇକ୍ କୁ ଜବତ୍ କରି ଏକ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ପ୍ରକାଶ କରିଛନ୍ତି।

Share This Article