କୋଦଳା ଥାନାରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ: ୧୨୫ ୟୁନିଟ୍ ରକ୍ତ ସଂଗ୍ରହ

Odisha Hot News
1 Min Read

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା କୋଦଳା ଥାନା ପରିସରରେ ଆଜି ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆମ ପୋଲିସ ସମିତି ପକ୍ଷରୁ ଆୟୋଜିତ ଉକ୍ତ ରକ୍ତଦାନ ଶିବିରକୁ ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲ, କୋଦଳା ଥାନା ଅଧିକାରୀ ଉମାକାନ୍ତ ସାହୁ ଉପସ୍ଥିତ ରହି ଉଦଘାଟନ କରିଥିଲେ। କଞ୍ଚଣା ସରକାରୀ ଉଚ୍ଚ ବିଦ୍ୟାଳୟରୁ ଆସିଥିବା ସ୍କାଉଟ ଓ ଜୁନିଅର ରେଡକ୍ରସର ଛାତ୍ର ଛାତ୍ରୀ ମାନେ ଏଥିରେ ଉପସ୍ଥିତ ରହି ସହଯୋଗ କରିଥିଲେ।

ରକ୍ତ ଅଭାବରୁ କୌଣସି ଲୋକର ଜୀବନ ଚାଲି ନଯାଉ ବୋଲି କହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ ଥାନା ଅଧିକାରୀ ଶ୍ରୀ ସାହୁ। ବ୍ରହ୍ମପୁର ରକ୍ତ ଭଣ୍ଡାର କର୍ମଚାରୀ ମାନେ ରକ୍ତ ସଂଗ୍ରହ କରିଥିବା ବେଳେ ପୋଲିସ କର୍ମଚାରୀ ମାନେ ସହଯୋଗ କରିଥିଲେ। ଏହି ଶିବିରରେ ୧୨୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ସୂଚନା ମିଳିଛି।

Share This Article