କଳାହାଣ୍ଡିର କରୋନା ଆକ୍ରାନ୍ତ ଆସିବେ କଟକ ଅଶ୍ୱିନୀ ହସ୍ପିଟାଲ, ଘରେ ପହଁଚିଲା ମେଡିକାଲ ଟିମ

Odisha Hot News
1 Min Read

କଳାହାଣ୍ଡି : ଗତକାଲି କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକର ବେହେରାଗୁଡା ଗାଁରେ ଥିବା ଘରେ ଜିଲ୍ଲା ମେଡିକାଲ୍ ଟିମ୍ ପହଞ୍ଚିଛି। ତାଙ୍କୁ କଟକର ଅଶ୍ବିନୀ ହସ୍ପିଟାଲକୁ ଅଣାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟର ୨୧ ନମ୍ବର କରୋନା ଆକ୍ରାନ୍ତ ବ୍ୟକ୍ତି କଳାହାଣ୍ଡି ଜିଲ୍ଲା ନିବାସୀ । ଏହି ୨୯ ବର୍ଷିଅ ଯୁବକଙ୍କ ସ୍ୱାବ ନମୁନା ପଜିଟିଭ ଚିହ୍ନଟ ହୋଇଛି । କରୋନା ଆକ୍ରାନ୍ତଙ୍କ ଘର ଗୋଲାମୁଣ୍ଡା ବ୍ଲକର ବେହେରାଗୁଡା ଗାଁରେ ବୋଲି ଜଣାଯାଇଛି| ସେ ବାହାରିନରେ ଜଣେ ଫିଟର ଭାବରେ କାର୍ଯ୍ୟ କରୁଛନ୍ତି।
ସଂପୃକ୍ତ ଯୁବକ ୧୭ ଦିନ ପୂର୍ବରୁ ବାହାରିନରୁ ନିଜ ଗାଁକୁ ଫେରିଥିଲେ । ତାଙ୍କଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିବା ସୂଚନା ରହିଛି।
ଆଜି ସକାଳେ ଉକ୍ତ କରୋନା ଆକ୍ରାନ୍ତଙ୍କ ଗୋଲାମୁଣ୍ଡା ବ୍ଲକର ବେହେରାଗୁଡା ଗାଁରେ ଥିବା ଘରେ ଜିଲ୍ଲା ମେଡିକାଲ୍ ଟିମ୍ ପହଞ୍ଚିଛି। ତାଙ୍କୁ କଟକର ଅଶ୍ବିନୀ ହସ୍ପିଟାଲକୁ ଅଣାଯିବ।
ସବୁଠାରୁ ବଡ଼ କଥା ହେଲା ଯେ, ଏପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ କରୋନା ଚିହ୍ନଟ ହୋଇଥିବା ବେଳେ ପ୍ରଥମ ଥର ପାଇଁ ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିବା ହେତୁ ସେହି ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।

Share This Article
Leave a Comment