ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Odisha Hot News
1 Min Read

ଭୁବନେଶ୍ବର: ଆଜି ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 70 ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି କ୍ୟାନସର ରୋଗରେ ପିଡିତ ହୋଇ ଚିକିତ୍ସିତ ହେଉଥିଲେ। ସେ ପିପିଲି ନିର୍ବାଚନ ମଣ୍ଡଳୀର 1995 ମସିହାରୁ 2000 ମସିହା ପର୍ଯ୍ୟନ୍ତ ବିଧାୟକ ଥିଲେ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ, “ପିପିଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନନେତା ଭାବେ ଲୋକଙ୍କ ଉନ୍ନତି ତଥା କଲ୍ୟାଣ ପାଇଁ ତାଙ୍କର ସମର୍ପିତ ଉଦ୍ୟମ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

Share This Article